ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର  

ନୂଆଦିଲ୍ଲୀ : ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି  ଅବ୍ୟାହତ ରହିଛି  । ଦେଶର ବୃହତ୍ତମ ତୈଳ ମାର୍କେଟିଂ କମ୍ପାନି ଇଣ୍ଡିଆନ ଅଏଲ ଆଜି ପେଟ୍ରୋଲ ଲିଟର ପିଛା ୧୪ ରୁ ୧୫ ପଇସା ଓ ଡିଜେଲ ଲିଟର ପିଛା ୧୫ରୁ ୧୬ ପଇସା ବୃଦ୍ଧି  କରିଛି ।¬ ଏହି ବୃଦ୍ଧି ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ୭୮ ଟଙ୍କା ୦୫ ପଇସା ଓ ଡିଜେଲ ଦର ୬୯ ଟଙ୍କା ୬୧ ପଇସାକୁ ବୃଦ୍ଧି ପାଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଦର ୮୫ ଟଙ୍କା ୪୭ ପଇସା  ଓ ଡିଜେଲ ୭୩ ଟଙ୍କା ୯୦ ପଇସାରେ ପହଞ୍ଚିଛି । ଅନ୍ୟପକ୍ଷରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୭୬ ଟଙ୍କା୯୩ ପଇସା ଓ ଡିଜେଲ ୭୪ ଟଙ୍କା ୬୭ ପଇସାରେ ପହଞ୍ଚିଛି । ତେବେ ରାଜ୍ୟ ଭାଟ୍‌ ଦୃଷ୍ଟିରୁ ଏହି ଦରରେ ସାମାନ୍ୟ ତାରତମ୍ୟ ହୋଇପାରେ । ମୁମ୍ବାଇରେ ସର୍ବାଧିକ ଭାଟ (ଲିଟର ପିଛା ଟ. ୩୯.୧୨) ସଂଗ୍ରହ କରାଯାଉଥିବାରୁ ସେଠାରେ ଦର ସବୁଠାରୁ ଅଧିକ ରହିଛି । ମୁଖ୍ୟତଃ ଦୁଇଟି କାରଣରୁ ତେଲ କମ୍ପାନିମାନେ ତେଲଦର ବୃଦ୍ଧି କରିବାକୁ ବାଧ୍ୟ ହେଉଛନ୍ତି । ଗୋଟିଏ ହେଉଛି ଅନ୍ତର୍ଜାତୀୟ ବଜାରରେ ତେଲ ଦର ବୃଦ୍ଧି ଓ ଡଲାର ତୁଳନାରେ ଟଙ୍କା ଦୁର୍ବଳ ହୋଇ ୭୦ ରେ ପହଞ୍ଚିବା ।  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ (ଇଣ୍ଡିଆନ ବାସ୍କେଟ୍‌)ର ମୂଲ୍ୟ  ୭୨. ୬୭ ଡଲାରକୁ ବୃଦ୍ଧି ପାଇଛିି । ଏସବୁ ଦୃଷ୍ଟିରୁ ଦେଖିଲେ ନିକଟ ଭବିଷ୍ୟତରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର କମିବାର ସମ୍ଭାବନା ନାହିଁ କହିଲେ ଚଳେ ।

ସମ୍ବନ୍ଧିତ ଖବର