ଗୃହ ନିର୍ମାଣ ଅଗ୍ରିମ ସୁଧ ହାର ୭.୯ ପ୍ରତିଶତକୁ ହ୍ରାସ

ନୂଆଦିଲ୍ଲୀ: ଗୋଟିଏ ବର୍ଷ ଅବଧି ଲାଗି ଗୃହ ନିର୍ମାଣ ଅଗ୍ରିମ (ଏଚବିଏ) ଉପରେ ସୁଧ ହାର ୭.୯ ପ୍ରତିଶତକୁ ହ୍ରାସ ପାଇଛି। ପୂର୍ବରୁ ଏହି ହାର ୮.୫ ପ୍ରତିଶତ ଥିଲା । ଯେକୌଣସି ପରିମାଣର ଏଚବିଏ ଋଣ ରାଶି ପାଇଁ ଏହି ସୁଧ ହାର ଲାଗୁ ହେବ ହ୍ରାସ ପାଇଥିବା ସୁଧ ହାର ୨୦୧୯ ଅକ୍ଟୋବର ୧ ତାରିଖ ଠାରୁ ଲାଗୁ ହୋଇଛି। ସ୍ଥାୟୀ ସରକାରୀ କର୍ମଚାରୀଙ୍କ ସହିତ ୫ ବର୍ଷ ଲଗାତାର ସେବା ପ୍ରଦାନ କରିଥିବା ଅସ୍ଥାୟୀ କର୍ମଚାରୀଙ୍କ ପାଇଁ ମଧ୍ୟ ଏଚବିଏ ଲାଗୁ ହେବ ମନ୍ତ୍ରଣାଳୟ/ବିଭାଗଗୁଡ଼ିକୁ ଏଚବିଏ ନିୟମ ଅନୁଯାୟୀ ନିଜ କର୍ମଚାରୀଙ୍କ ଲାଗି ଗୃହ ନିର୍ମାଣ ଅଗ୍ରିମ (ଏଚବିଏ) ମଞ୍ଜୁର କରିବା ଲାଗି କ୍ଷମତା ପ୍ରଦାନ କରାଯାଇଛି। ଏଚବିଏ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଏକ କଲ୍ୟାଣକାରୀ ଯୋଜନା ଯାହା ମାଧ୍ୟମରେ ସେମାନଙ୍କୁ ଘର କିମ୍ବା ଫ୍ଲାଟର କ୍ରୟ କିମ୍ବା ନିର୍ମାଣ ଲାଗି ସହାୟତା ପ୍ରଦାନ କରାଯାଇଥାଏ

ସମ୍ବନ୍ଧିତ ଖବର