ଲକ୍ଷ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ପକ୍ଷରୁ ସି-ମାରାଥନ ପ୍ରତିଯୋଗିତା

ଭୁବନେଶ୍ୱର: ଇଞ୍ଜିନିୟରିଂ ଓ କମ୍ପ୍ୟୁଟର ସାଇନ୍ସର ଛାତ୍ରଛାତ୍ରୀମାନଙ୍କ ପାଇଁ ସି-ମାରାଥନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଗତ ଶନିବାର ଦିନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସ ପରିସରରେ ଏହି ପ୍ରତିଯୋଗିତାର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରିୟଦର୍ଶୀ ମିଶ୍ର ଅତିଥିଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ ଲକ୍ଷ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିର ପ୍ରତିଷ୍ଠାତା ଅଧ୍ୟକ୍ଷ ସୁଶାନ୍ତ କୁମାର ରାଉତ କହିଥିଲେ, ଛାତ୍ରଛାତ୍ରୀଙ୍କ ନିଯୁକ୍ତି ଦକ୍ଷତା ବୃଦ୍ଧି ପାଇଁ ଏହି ପଦକ୍ଷେପ ନିଆଯାଇଛି। ଛାତ୍ରଛାତ୍ରୀମାନଙ୍କ ଦକ୍ଷତା ବୃଦ୍ଧି କରି ଶିକ୍ଷାନୁଷ୍ଠାନ ଓ ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ମଧ୍ୟରେ ଥିବା ପାର୍ଥକ୍ୟକୁ ଏପ୍ରକାର ପ୍ରତିଯୋଗିତା ଦୂର କରିବ ବୋଲି ଶ୍ରୀ ରାଉତ ଆଶାବ୍ୟକ୍ତ କରିଥିଲେ।

ସମ୍ବନ୍ଧିତ ଖବର