ତେଲଦର ବୃଦ୍ଧି : ପେଟ୍ରୋଲ ୧୯ ପଇସା ଓ ଡିଜେଲ ୨୮ ପଇସା ବଢିଲା

0 748

ନୂଆଦିଲ୍ଲୀ : ବିଗତ କିଛି ସପ୍ତାହ ଧରି ଲଗାତାର ତେଲଦର କମିବା ପରେ ଏବେ ବୃଦ୍ଧି ପାଇବା ଆରମ୍ଭ କରିଛି । ଆଜି ପେଟ୍ରୋଲ ଲିଟର ପିଛା ୧୯ ପଇସା ଓ ଡିଜେଲ ଲିଟର ପିଛା ୨୮ ପଇସା ବୃଦ୍ଧି ପାଇଛି । ଆଜିର ଏହି ବୃଦ୍ଧି ପରେ ଆଜି ଦିଲ୍ଲୀରେ ପେଟ୍ରୋଲ ଦର ଟ.୬୯.୦୭ ଓ ଡିଜେଲ ଦର ଲିଟର ପିଛା ଟ.୬୨.୮୧ ରେ ପହଞ୍ଚିଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ ଜାରି ଦର ତାଲିକାରେ କୁହାଯାଇଛି ।

ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ୱରରେ ପେଟ୍ରୋଲ ଟ.୬୮.୦୯ ଓ ଡିଜେଲ ଟ. ୬୭.୩୨ ରେ ବିକ୍ରି ହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ଦେଖାଯାଇପାରେ । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ମୂଲ୍ୟ ବୃଦ୍ଧି ପାଇବା କାରଣରୁ ତେଲଦର ପୁଣି ବୃଦ୍ଧି ପାଇବା ଆରମ୍ଭ କରିଛି । ବ୍ରେଣ୍ଟ କ୍ରୁଡ ମୂଲ୍ୟ ୬୧.୮୧ ଡଲାର ଓ ଇଣ୍ଡିଆନ ବାସ୍କେଟ ମୂଲ୍ୟ ୫୬.୫୧ ଡଲାରକୁ ବୃଦ୍ଧି ପାଇଛି ।

ସମ୍ବନ୍ଧିତ ଖବର

Leave A Reply

Your email address will not be published.