ଭିଜିଲାନ୍ସ ଜାଲରେ ଜଟଣୀ ଆଇଆଇସି, ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ

ଖୋର୍ଦ୍ଧା: ଜଟଣୀ ଥାନା ଆଇଆଇସି ସଞ୍ଜୀବ ମହାନ୍ତି ସୋମବାର ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ ଲାଞ୍ଚ କାରବାର ସଂପର୍କରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ସଞ୍ଜୀବ ମହାନ୍ତିଙ୍କୁ ଗିରଫ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। ଆଜି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଥାନାକୁ ପହଞ୍ଚି ଥିଲେ। ଲାଞ୍ଚ ନେଉଥିବା ବେଳେ ସଞ୍ଜୀବଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।

ସମ୍ବନ୍ଧିତ ଖବର