ଭୁବନେଶ୍ୱର : ଆଲୋକର ପର୍ବ ଦୀପାବଳି ଧୁମ୍ଧାମ୍ରେ ପାଳିତ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ ଛୁରା ମାଡ଼ରେ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି ବିଜେପିନଗର ମହିଷାଖାଲରେ ଅଞ୍ଚଳରେ।
Sambad is now on WhatsApp
Join and get latest news updates delivered to you via WhatsApp
ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ୱରର ବିଜେପିନଗର ମହିଷାଖାଲ ଅଞ୍ଚଳରେ ଆଜି ଦୀପାବଳି ବାଣ ଦେବାନେବାକୁ ନେଇ ଦୁଇ ଯୁବକଙ୍କ ମଧ୍ୟରେ ବଚଷା ହୋଇଥିଲେ। ଏଥିରେ ଉତ୍କ୍ଷିପ୍ତ ହୋଇ ଅର୍ଜୁନ ବେହେରା ନାମକ ଜଣେ ଯୁବକ ଅଶୋକ ବେହୁରାଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ଏଥିରେ ଅଶୋକ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ଲାଗି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ବରଗଡ଼ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ଯୁବକ ଅର୍ଜୁନ ବେହେରାକୁ ଥାନାରେ ଅଟକ ରଖି ତଦନ୍ତ ଚଲାଇଛି। ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।