ଦନ୍ତେଓ୍ଵାଡ଼ାରେ ମାଓ ଆକ୍ରମଣରେ ୫ ସିଆର୍‌ପିଏଫ୍‌ ଯବାନ ଆହତ

ଛତିଶଗଡ଼: ଛତିଶଗଡ଼ ଜିଲ୍ଲାର ଦନ୍ତେଓ୍ଵାଡ଼ାଠାରେ ସୋମବାର ସଂଧ୍ୟାରେ ମାଓବାଦୀମାନେ ଆକ୍ରମଣ କରିଥିବା ଜାଣିବାକୁ ମିଳିଛି। ଏହି ମାଓ ଆକ୍ରମଣରେ ୫ ଜଣ ସେଣ୍ଟ୍ରାଲ୍‌ ରିଜର୍ଭ ପୁଲିସ୍‌ ଫୋର୍ସ(ସିଆର୍‌ପିଏଫ୍‌) ଯବାନ ଆହତ ହୋଇଥିବା ସୂଚନା ରହିଛି। ଆହତମାନଙ୍କୁ ହସ୍ପିଟାଲ୍‌କୁ ନିଆଯାଇଛି। ମାଓବାଦୀମାନେ ଆକ୍ରମଣ ବେଳେ ଇମ୍ପ୍ରୁଭାଇଜ୍‌ଡ ଏକ୍ସପ୍ଲୋସିଭ୍‌ ଡିଭାଇସ(ଆଇଡି) ବ୍ୟବହାର କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜାଣିବାକୁ ମିଳିଛି। ଦନ୍ତେଓ୍ଵାଡାରେ ମାଓବାଦୀମାନେ ଆକ୍ରମଣ କରିବା ପରେ ଏନ୍‌କାଉଣ୍ଟର୍‌ ଆରମ୍ଭ ହୋଇଯାଇଛି। ଏନ୍‌କାଉଣ୍ଟର୍‌ ଏବେ ପର୍ଯ୍ୟନ୍ତ ଜାରି ରହିଛି।

ସମ୍ବନ୍ଧିତ ଖବର