ମୋଟର ସାଇକେଲକୁ ଧକ୍କା ଦେଲା ଅଟୋ, ଜଣେ ମୃତ, ଜଣେ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଜାତୀୟ ରାଜପଥ ୫୫ର ବଡ଼କେରାଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ତୁବେ ଗ୍ରାମର ଜିତୁ ସାହୁ ତାଙ୍କ ସ୍ତ୍ରୀଙ୍କୁ ନେଇ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ଆସି ମୋଟରସାଇକେଲରେ ଗାଁକୁ ଫେରୁଥିଲେ। ତେବେ ବଡ଼କେରା ନିକଟରେ ତାଙ୍କୁ ଏକ ଯାତ୍ରୀବାହୀ ଅଟୋ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଉଭୟ ସ୍ୱାମୀ-ସ୍ତ୍ରୀ ଘଟଣାସ୍ଥଳରେ ଗୁରୁତର ହୋଇଥିଲେ। ସ୍ଥାନୀୟଲୋକ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର ସେଠାରେ ଜିତୁଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ କରୁଛି।

ସମ୍ବନ୍ଧିତ ଖବର