ଘାଟିରୁ ଭାରସାମ୍ୟ ହରାଇ ଟ୍ରକ ତଳକୁ ଓଲଟି ପଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

କନ୍ଧମାଳ/ବାଲିଗୁଡ଼ା: ଆଜି ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାହ୍ମଣୀ ଗାଁ ଘାଟିରେ ଏକ ୪୦୭ ଟ୍ରକ୍‌ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବ୍ରହ୍ମପୁର ଡାକ୍ତରଖାନାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। । ଅନ୍ୟୁନ ୨୫ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ, ଦମକଳ ଓ ୧୦୮ ଆମ୍ବୁଲାନ୍‌ସ ଘଟଣାସ୍ଥଳରେ ପହଞ୍ଚି ମୃତାହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହୁଡ଼ି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ସମ୍ବନ୍ଧିତ ଖବର