ବରଗଡ଼: ସୋହେଲାରେ ଗୁଳିକାଣ୍ଡ, ଗୁରୁତର ବ୍ୟବସାୟୀଙ୍କୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି

ବରଗଡ଼: ସୋହେଲା ଡେଲି ମାର୍କେଟ ନିକଟରେ ମଙ୍ଗଳବାର ରାତିରେ ଗୁଳିମାଡ଼ ହୋଇଛି। ଏହି ଘଟଣାରେ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। ତାଙ୍କୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ ୩ରୁ ୪ ଜଣ ଦୁର୍ବୃତ୍ତ ବାଇକରେ ଆସି ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼ କରିଥିଲେ। ଫଳରେ ସେ ଘଟଣାସ୍ଥଳରେ ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସୂଚନା ପାଇ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।

ସମ୍ବନ୍ଧିତ ଖବର