ଭଦ୍ରକ: ପାରିବାରିକ କଳହକୁ ନେଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ହସ୍ପିଟାଲରେ ଭର୍ତ୍ତି

ଭଦ୍ରକ: ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅର୍ନ୍ତଗତ ବଗମରା ଗାଁରେ ଶନିବାର ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ ସ୍ୱାମୀ-ସ୍ତ୍ରୀ, ଶାଶୁ-ଶ୍ୱଶୁରଙ୍କ ମଧ୍ୟରେ ଘରୋଇ ସମସ୍ୟାକୁ ନେଇ ଆଜି ଯୁକ୍ତିତର୍କ ହୋଇଥିଲା। ଏଥିରେ ମହିଳା ଉତ୍‌କ୍ଷିପ୍ତ ହୋଇ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ନିଅାଁ ଲାଗି ମହିଳାଙ୍କ ଶରୀର ୯୦ ପ୍ରତିଶତ ଜଳି ଯାଇଥିବା ବେଳେ ଏକ ବଖରା ଘର ସଂପୂର୍ଣ୍ଣ ଭାବରେ ଜଳିଯାଇଛି। ଘରର ସମସ୍ତ ଆସବାବ ପତ୍ର ସହ ଧାନ ଚାଉଳ ପୋଡି ନଷ୍ଟ ହୋଇଯାଇଛି।

ଗଣ୍ଡଗୋଳ ପରେ ଘର ପୋଡ଼ିଯାଇଥିଲା। ଗାଁ ଲୋକେ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସୂଚନା ମିଳିବା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳକୁ ପହଞ୍ଚି ନିଆ ଆୟତ୍ତ କରିବାକୁ ଉଦ୍ୟମ କରିଛନ୍ତି। ଗୁରୁତର ମହିଳା ଯମୁନା ମୁଣ୍ଡାଙ୍କୁ ୧୦୮ ଆମ୍ବୁଲାନ୍‌ସ ଯୋଗେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ଘଟଣାର ତଦନ୍ତ ଚାଲିଛି।

ସମ୍ବନ୍ଧିତ ଖବର