ବାଙ୍ଗିରିପୋଷି: ଜାତୀୟ ରାଜପଥ-୧୮ରେ ଗୁରୁବାର ସନ୍ଧ୍ୟାରେ ବାଇକ୍ ଧକ୍କା ଦେବାରୁ ଜଣେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ମୟୂରଭଂଜ ଜିଲ୍ଲାର ଝାରପୋଖରିଆ ଥାନା ଅନ୍ତର୍ଗତ ଧାଙ୍ଗିଡିଶୋଳ ଛକରେ ବାଇକ୍ଆରୋହୀ ଓ ସାଇକେଲ ଆରୋହୀଙ୍କ ମଧ୍ୟରେ ଆଜି ରାତି ପ୍ରାୟ ୮ଟା ୩୦ରେ ଧକ୍କା ହୋଇଛି। ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକଙ୍କର ପରିଚୟ ମିଳି ନାହିଁ।
ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା ପାଇ ପୁଲିସ ଘଟଣାସ୍ଥଳକୁ ପହଂଚିଥିବା ବେଳେ ସ୍ଥାନୀୟ ଲୋକେ ଉତ୍ତେଜନା ଜାରି ରଖିଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ୧୮ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/06/elderly_brother_sister_found_dead_1560502711_725x725.jpg)