କୋଭିଡ ପର୍ଯ୍ୟବେକ୍ଷକଙ୍କ ଦେବଗଡ଼ ଜିଲ୍ଲା ଗସ୍ତ

ଦେବଗଡ଼: କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେବଗଡ ଜିଲ୍ଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ୱତନ୍ତ୍ର ସଚିବ ଗୋପବନ୍ଧୁ ଶତପଥି ଆଜି ଦେବଗଡ ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ମୁକାବିଲା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଏବଂ ପ୍ରସ୍ତୁତି ଉପରେ ଆଲୋଚନା କରିଛନ୍ତି । ଆଜି ସ୍ଥାନୀୟ ସର୍କିଟ୍ ହାଉସଠାରେ ଆୟୋଜିତ ବୈଠକରେ ସେମାନେ କୋଭିଡ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଜିଲ୍ଲାର କଣ୍ଟେନମେଣ୍ଟ ଅଂଚଳର ପରିସ୍ଥିତି ଉପରେ ସମୀକ୍ଷା କରିଥିଲେ । ଏଥିସହ ଜିଲ୍ଲାର ବିଭିନ୍ନ ପଂଚାୟତରେ ଖୋଲାଯାଇଥିବା ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡିକର ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ ।

କଣ୍ଟେନମେଣ୍ଟ ଅଂଚଳର ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସଂପର୍କରେ ପଚାରି ବୁଝିଥିଲୋ । ବୈଠକ ପରେ ସେମାନେ ଜିଲ୍ଲା କୋଭିଡ ସ୍ୱାସ୍ଥ୍ୟକେନ୍ଦ୍ର. କୋଭିଡ ପ୍ରଯତ୍ନକେନ୍ଦ୍ର, ଆଇସୋଲେସନ ସେଣ୍ଟର ଏବଂ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ । ସେମାନଙ୍କର ଏହି ଗସ୍ତ ସମୟରେ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ଅତିରିକ୍ତ ଜିଲ୍ଲାପାଳ ଧରମ ହାଁସଦା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭିନସେଣ୍ଟ ପୁନମ କାନ୍ତ ଏକ୍କା, ଉପ-ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମନୋଜ କୁମାର ଉପାଧ୍ୟାୟ ଏବଂ ପୈାର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର