ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ରାସୋଳ: ରାସୋଳ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ଏହି ଥାନା ବମ୍ପା ତଳହରିଜନସାହିର ଭରତ ନାଏକ(୫୫)ଙ୍କୁ ପୁଲିସ ଆଜି ଗିରଫ କରିଛି। ପୁଲିସ ସୂଚନା ଅନୁଯାୟୀ, ଭରତ ନାବାଳିକାକୁ ଡାକି ନେଇ ଏକ ପିଜୁଳି ବଗିଚାରେ ଦୁଷ୍କର୍ମ କରିଥିଲେ। ପୀଡ଼ିତାଙ୍କ ମାଆ ଏ ସଂପର୍କରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ମାମଲା ରୁଜୁ କରିବା ସହ ଭରତଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଆସନ୍ତାକାଲି ଉଭୟଙ୍କର ଡାକ୍ତରୀ ପରୀକ୍ଷା କରାଯିବ ବୋଲି ଥାନାଧିକାରୀ ସନ୍ତୋଷ ପ୍ରଧାନ କହିଛନ୍ତି।

ସମ୍ବନ୍ଧିତ ଖବର