ବଦଳିଲେ ୩ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ୩ଟି ଜିଲ୍ଲାର ଯୋଜନା କମିଟିର ଅଧ୍ୟକ୍ଷଙ୍କୁ ବଦଳି କରି ସେହି ସ୍ଥାନଗୁଡ଼ିକରେ ନୂତନ ନିଯୁକ୍ତି ଦେଇଛନ୍ତି। ଏହି ଆଧାରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ରାଜ୍ୟ ସରକାର ପୂର୍ବରୁ ଏହି ପଦରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁଙ୍କୁ ନିଯୁକ୍ତି ଦେଇଥିଲେ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଦେବଗଡ଼ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଥିବା ଜଣାପଡ଼ିଛି। ପୂର୍ବରୁ ଏହି ପଦରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିଙ୍କୁ ନିଯୁକ୍ତି ମିଳିଥିଲା।

ସେହିପରି ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ପଦରେ ନିଯୁକ୍ତି କରାଯାଇଛି। ରାଜ୍ୟ ସରକାର ଏହି ପଦରେ ପୂର୍ବରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ନିଯୁକ୍ତି ଦେଇଥିଲେ।

ସମ୍ବନ୍ଧିତ ଖବର