କନ୍ଧମାଳ: ୯୭,୦୦୦ ଗଞ୍ଜେଇ ଗଛ ନଷ୍ଟ

କନ୍ଧମାଳ: ଅବକାରୀ ଓ ପୁଲିସ ବିଭାଗ ପକ୍ଷରୁ ଶୁକ୍ରବାର ଫିରିଙ୍ଗିଆ ଅଞ୍ଚଳରେ ଚଢ଼ାଉ କରି ୯୭,୦୦୦ ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ସୂଚନା ମିିଳିବା ପରେ ପଲେଣ୍ଡି ଓ ଜରଗିପଦର ଜଙ୍ଗଲରେ ଅବକାରୀ ଓ ପୁଲିସ ପକ୍ଷରୁ ଚଢ଼ାଉ କରାଯାଇ ୯୭ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରାଯାଇଥିଲା। ଫୁଲବାଣୀ ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ ଜ୍ୟୋତିରଞ୍ଜନ ହୋତାଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ ନଷ୍ଟ କରାଯାଇଥିବା ଗଞ୍ଜେଇର ମୂଲ୍ୟ ୧୦କୋଟି ଟଙ୍କା ହେବ ବୋଲି ଅବକାରୀ ବିଭାଗ କହିଛି। ଏହି ଅଭିଯାନରେ ୧୦୦ ଜଣ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ।

ସମ୍ବନ୍ଧିତ ଖବର