ଯୁବକଙ୍କୁ ନିର୍ମମ ହତ୍ୟା!

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ବିଲା ଛକ ନିକଟରେ ଜ‌ଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ସାହରପଡ଼ା ବ୍ଲକ ଜୁ‌ମେଇଁ ଗ୍ରାମର ବିଭୀଷଣ ଓରଫ କାଳିଆ ନାୟକ (୩୩)। ସେ ଜଣେ ହୋଟେଲ ମିସ୍ତ୍ରୀ ବୋଲି ଜଣାପଡ଼ିଛି। ହତ୍ୟାର କାରଣ ଜଣାପଡ଼ି ନଥିବା ବେଳେ ପୁଲିସ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସବୁଦିନ ପରି ଗତକାଲି ମଧ୍ୟ କାଳିଆ ବିଲା ଛକରେ ଥିବା ହୋଟେଲକୁ କାମ କରିବାକୁ ‌ଯାଇଥିଲେ। ରାତିରେ ଆଉ ଘରକୁ ଫେରି ନଥିଲେ। ଆଜି ସକାଳେ ତାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ବିଲା ଛକ ନିକଟ ରାସ୍ତା କଡ଼ରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ପହଞ୍ଚି ଶବ ଜବତ କରିଛି। କାଳିଆଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଛି। କାଳିଆଙ୍କ ରାତିରେ ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ପାଟଣା ଥାନାଧିକାରୀ ପୁଷ୍ପାଞ୍ଜଳି ସାମନ୍ତରାୟ ପହଞ୍ଚି ତଦନ୍ତ କରିଛନ୍ତି।

ସମ୍ବନ୍ଧିତ ଖବର