କଟକ: ସିମେଣ୍ଟ ବୋଝେଇ ଟ୍ରକ୍‌ ଓଲଟି ଜଣେ ମୃତ, ଉତ୍ତେଜନା

କଟକ: କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ କାନପୁର ଛକରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇବା ସହିତ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ଗୁଝାସୁଝା କରୁଛନ୍ତି।
ପୁଲିସ ସୂତ୍ରରୁ ପ୍ରକାଶ ଯେ ଆଜି ସକାଳେ କାନପୁର ଗ୍ରରମ ନକୁଳାନନ୍ଦ ମହାନ୍ତି ନାମକ ଜଣେ ୭୦ ବର୍ଷ ବୟସ୍କ ବ୍ୟକ୍ତି ଚାଲି ଚାଲି ଯାଉଥିବା ବେଳେ ଓଡ଼ି୦୫ଆର୦୦୯୮ ନମ୍ବର ବିଶିିଷ୍ଟ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ତାଙ୍କ ଉପରେ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇତିଳା। ମାତ୍ର ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

ସମ୍ବନ୍ଧିତ ଖବର