ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କ ଆତ୍ମହତ୍ୟା

ନବରଙ୍ଗପୁର: ନବରଙ୍ଗପୁର ସହରର ସେନାପତି ସାହିର ବାସିନ୍ଦା ଅବସରପ୍ରାପ୍ତ ପୁଲିସ ସବ୍ ଇନସପେକ୍ଟର ପ୍ରେମଚାନ୍ଦ ନାଗ(୬୨) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସର ଏକ କୃଷ୍ଣଚୁଡା ଗଛରେ ନିଜ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆଜି ସକାଳୁ ପ୍ରେମଚାନ୍ଦଙ୍କ ମୃତ ଦେହ ଗଛରେ ଝୁଲୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ଶବ ବ୍ୟବେଛଦ ପାଇଁ ନବରଙ୍ଗପୁର ମେଡିକାଲକୁ ନିଆଯାଇଥିଲା। ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ତାଙ୍କ ୨ ପୁଅ ଓ ୨ ଝିଅ ରହିଛନ୍ତି। ଶବ ବ୍ୟବଛେଦ ରିପୋର୍ଟ ଏବଂ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ସ୍ଥାନୀୟ ପୁଲିସ ପକ୍ଷରୁ କୁହାଯାଇଛି। ଏନେଇ ଏକ ମାମଲା ରୁଜୁ ହୋଇଥିବା ପୁଲିସ କହିଛି।

ସମ୍ବନ୍ଧିତ ଖବର