ନାଳ ପାଖରୁ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର

ଗୋଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କେଗାଁ ଥାନା ଗରଗାବ ନିକଟ ନାଳରୁ କଳା ବାଗ (୬୫)ଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ୨୯ ତାରିଖ ଦିନ ଏକ ମୃତ ଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖି କେଗାଁ ପୁଲିସକୁ ଖବର କରିଥିଲେ। ପୁଲିସ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ପୁଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ପ୍ରକାଶ।

ସମ୍ବନ୍ଧିତ ଖବର