ଯାଜପୁରରେ ୬ ଘଣ୍ଟା ଖୋଲିବ ଦୋକାନ

ଯାଜପୁର: ରାଜ୍ୟରେ ଯାଜପୁର ଜିଲ୍ଲାରେ ସର୍ବାଧିକ ୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ତେଣୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଯାଜପୁର ସହରରେ ୨୪ ଘଣ୍ଟାରୁ ମାତ୍ର ୬ ଘଣ୍ଟା ଦୋକାନଗୁଡ଼ିକ ଖୋଲିବ । କିନ୍ତୁ ବ୍ଲକ ଅଞ୍ଚଳରେ ପେଟ୍ରୋଲ ପମ୍ପଗୁଡ଼ିକ ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ଖୋଲିବ । ଜାତୀୟ ରାଜପଥ କଡ଼ରେ ଥିବା ପେଟ୍ରୋଲ ପମ୍ପ ୨୪ ଘଣ୍ଟା ପାଇଁ ଖୋଲା ରହିବ ।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୪୭ ହଜାର ୪୫୪ଟି ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି । ୧୭ଟି ଜିଲ୍ଲାରୁ ମୋଟ ୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୨୨ ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । କରୋନା ସଂକ୍ରମଣରେ କେବଳ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛନ୍ତି ।

ସମ୍ବନ୍ଧିତ ଖବର