ଓଲଟିଲା ଯାତ୍ରୀବାହୀ ବସ୍‌: ୨ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ

ଭୁବନେଶ୍ୱର: ଖୋର୍ଦ୍ଧାର ପୁବୁସାହି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟିଛି। ଏହି ବସ୍‌ ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ସୂଚନା ମିଳିବା ପରେ ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ସୂଚନାଯୋଗ୍ୟ ଏକ ଘରୋଇ ବସ୍‌ ‘ନାରାୟଣୀ’ ଭୁବନେଶ୍ୱରରୁ କଳାପଥର ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ କିଛି ସମୟ ପାଇଁ ଯାତାୟତ ପ୍ରଭାବିତ ହୋଇଥିଲା।

 

ସମ୍ବନ୍ଧିତ ଖବର