ରାୟଗଡ଼ା: ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା , ୨ ମୃତ, ୩ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି

ରାୟଗଡ଼ା: କାଶୀପୁର ବ୍ଲକର ଚମ୍ପାଯୋଡ଼ି ନିକଟରେ ଗୁରୁବାର ଅପରାହ୍ଣରେ ୨ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ରିପୋର୍ଟ ଅନୁସାରେ ସାନ ମାଟିକଣା ଗ୍ରାମର ପରୀକ୍ଷିତ ନାୟକ ଓ ଗୋବିନ୍ଦ ମାଝୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଗୁରୁତରଙ୍କୁ ପ୍ରଥମେ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ସଂପର୍କରେ ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଂଚି ୨ ମୃତଦେହ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରିଥିବା ବେଳେ ଅନ୍ୟ ୩ ଜଣ ଗୁରୁତରଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧିତ ଖବର