ଓଲିଉଡ ନାୟକ ସମ୍ବିତ କହୁଛନ୍ତି ‘ମନ ଖାଲି ତତେ ଚାହେଁ’

ଓଲିଉଡର ଜଣେ ଜଣାଶୁଣା ନାୟକ ହେଲେ ସମ୍ବିତ । ସେ ପ୍ରେମ ଓ୍ଵଡସ ପ୍ରିୟା, ବାଳୁଙ୍ଗାଟୋକା, ଓମ୍‌ , ଗଞ୍ଜା ଲଢ଼େଇ, ଚଉକା ଛକା, ବନ୍ଧନ, କଟକ-ଦ ସିଲଭର ସିଟି, ଆଶିକ୍‌ , ‘ଲେଖିଛି ନାଆଁ ତୋର’ଏବଂ ଛାତି ତଳେ ଡିଂ ଡଙ୍ଗ୍‌ ଇତ୍ୟାଦି ଓଡ଼ିଆ ଛବିରେ ଅଭିନୟ କରିସାରିଲେଣି ।

ସମ୍ବିତ୍‌ ଇତିମଧ୍ୟରେ କେତେ ଜଣ ନାୟିକାଙ୍କ ବିପକ୍ଷରେ କାମ କରିସାରିଛନ୍ତି । ଏମାନଙ୍କ ମଧ୍ୟରୁ କେତେକ ନବାଗତା ବି ଅନ୍ତର୍ଭୁକ୍ତ ।ଏବେ ସମ୍ବିତ୍‌ ଓଲିଉଡର ଅଳ୍ପ ପରିଚିତା ଜଣେ ନାୟିକା ସହ ପ୍ରଥମ ଥର ଲାଗି ସ୍କ୍ରିନ୍‌ ସେଆର୍‌ କରିଛନ୍ତି । ସେ ହେଲେ ଅଙ୍କିତା । ଅଙ୍କିତା ପୂର୍ବରୁ ଶ୍ରୀକାନ୍ତ ଗୌତମଙ୍କ ନିର୍ଦ୍ଦେଶିତ ଓଡ଼ିଆ ଛବି ‘ମିଠାମିଠା’ରେ ନାୟିକା ଭୂମିକାରେ ଅଭିନୟ କରିଛନ୍ତି। ଦର୍ଶକ ସମ୍ବିତଙ୍କ ସହିତ ଅଙ୍କିତାଙ୍କୁ ପ୍ରଥମ ଥର ପାଇଁ ଯେଉଁ ସିନେମାରେ ଦେଖିବାକୁ ପାଇବେ, ତାହା ହେଲା ‘ ମନ ଖାଲି ତତେ ଚାହେଁ ’ । ଏହାର ନିର୍ଦ୍ଦେଶକ ହେଲେ ନିମାଇଁ ଓଝା ।

ଏହି ସିନେମାରେ ସମ୍ବିତ- ଅଙ୍କିତାଙ୍କ ପ୍ରେମ କାହାଣୀ ଦେଖିବାକୁ ମିଳିବ । ଏହା ଏକ ଲଭ୍‌ଷ୍ଟୋରି । କୁହାଯାଉଛି ଯେ ଫିଲ୍ମରେ ସମ୍ବିତଙ୍କ ଭୂମିକାଟି ଯେମିତି ଦମଦାର୍‌, ଅଙ୍କିତାଙ୍କ ଅଭିନୀତ ଚରିତ୍ରଟି ବି ସେମିତି ବଳିଷ୍ଠ । ଏହି ସିନେମାରେ ଅନୀତା ଦାସଙ୍କୁ ବି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ ।

 

ସମ୍ବନ୍ଧିତ ଖବର