ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ, ବିଧାନସଭା ପାଇଁ ୩୮୪ ଓ ଲୋକସଭା ପାଇଁ ୬୧

ଭୁବନେଶ୍ୱର: ଓଡିଶାରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ଆସନ ନିମନ୍ତେ ଆଜି ଶେଷ ଦିନରେ ୧୭୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୮୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଟି ଲୋକସଭା ଆସନ ପାଇଁ ମୋଟ ୬୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୬୬୦ ଗୋଟି ଜାମିନ ବିହୀନ ପରଓ୍ଵାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୪୭୫୩୨ ଜଣଙ୍କୁ ଅଟକ ରଖାଯାଇଛି । ୫୦୪୪ ଗୋଟି ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ଥିବା ୨୧୪ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଫ୍ଲାଇଙ୍ଗ ସ୍କ୍ଵାଡ ଓ ପୁଲିସ ଦ୍ୱାରା ଆଜି ପର୍ଯ୍ୟନ୍ତ ୨ କୋଟି ୩୧ ଲକ୍ଷ ୯୧ ହଜାର ୨୬୫ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗାଇଥିବା ୩୪ ଲକ୍ଷ ୪୧ ହଜାର ୭୮୮ ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି ।

ସମ୍ବନ୍ଧିତ ଖବର