ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦେବାକୁ ରାଜ୍ୟସଭାରେ ଦାବି କଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ନୂଆଦିଲ୍ଲୀ: ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦେବାକୁ ରାଜ୍ୟସଭାରେ ଦାବି କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ସଂସଦରେ ଦାବିରଖି ସସ୍ମିତ କହିଛନ୍ତି କି, ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଓଡ଼ିଶାକୁ ସ୍ପେଶାଲ ଫୋକସ୍ ଷ୍ଟେଟ ଭାବେ ଘୋଷଣା କରାଯାଉ । ଏପରିକି ନିକଟରେ ଓଡ଼ିଶାରେ ହୋଇଥିବା ବାତ୍ୟା ‘ଫୋନି’ର ଉଦାହରଣ ଦେଇ ଓଡ଼ିଶାକୁ ଏହି ମାପଦଣ୍ଡରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଦାବି କରିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ।

ଏହାସହ ସସ୍ମିତ୍ କହିଛନ୍ତି କି, ପୂର୍ବରୁ ମଧ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ସ୍ପେଶାଲ ଫୋକସ୍ ଷ୍ଟେଟ୍ ମାନ୍ୟତା ଦେବାକୁ ବାରମ୍ବାର ଦାବି ଉଠାଇଛନ୍ତି । ଏନେଇ କେନ୍ଦ୍ରକୁ ମଧ୍ୟ ମୁଖ୍ୟମନ୍ତ୍ରୀ ବାରମ୍ବାର ଚିଠି ଲେଖିଛନ୍ତି । ତେବେ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉକ୍ତିକୁ ସଂସଦରେ ଅନ୍ୟ ସାଂସଦମାନେ ମଧ୍ୟ ସମର୍ଥନ ଜଣାଇଥିବା ଦେଖିବାକୁ ମିଳିଛି ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା , ଏହି ପ୍ରସଙ୍ଗ  କେବଳ ଓଡ଼ିଶା ପାଇଁ ନୁହେଁ ବରଂ ଦେଶର ଅନ୍ୟ ଯେଉଁ ରାଜ୍ୟ ବାରମ୍ବାର ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କ ପାଇଁ ସ୍ୱତନ୍ତ୍ର ଫୋକସ୍ ମାନ୍ୟତା ମିଳିବା ଅତ୍ୟନ୍ତ ଆବଶ୍ୟକ ।

ସମ୍ବନ୍ଧିତ ଖବର