ଭୁବନେଶ୍ୱର : ଭାରତ ମହାସାଗରରେ ସୃଷ୍ଟି ହୋଇଥିବା ଡିପ୍ରେସନ ଏବେ ଶ୍ରୀଲଙ୍କାର ତ୍ରିଙ୍କୋମାଲିଠାରୁ ୧୧୪୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ତଥା ଚେନ୍ନାଇଠାରୁ ୧୪୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇରହିଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଡିପ୍ ଡିପ୍ରେସନରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପରବର୍ତ୍ତି ୧୨ ଘଣ୍ଟାରେ ଏହା ଏକ ସାଇକ୍ଲୋନିକ ଷ୍ଟୋର୍ମରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତି ୪ ଦିନରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏକ ସିଭିୟର ସାଇକ୍ଲୋନିକ ଷ୍ଟର୍ମ (ଭୀଷଣ ସାମୁଦ୍ରିକ ବାତ୍ୟା) ଫନିରେ ପରିଣତ ହୋଇ ୩୦ ତାରିଖ ସୁଦ୍ଧା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ।
Sambad is now on WhatsApp
Join and get latest news updates delivered to you via WhatsApp
ଆହୁରି ମଧ୍ୟ ଉପକୂଳ ଛୁଇଁବା ପରେ ଏହାର ଗତିପଥ କଣ ରହିବ ତାହା ଏବେଠାରୁ କହିବା ସମ୍ଭବ ନୁହେଁ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି । ଅର୍ଥାତ ଲାଣ୍ଡଫଲ କରିବା ପରେ ଏହା ଓଡ଼ିଶା ଆଡକୁ ବୁଲିବା ବି ଅସମ୍ଭବ ନୁହେଁ । ଫନି ପ୍ରଭାବରେ ଦ୍ୱାରା ଆସନ୍ତା ୩୦ ଏପ୍ରିଲ ଓ ୧ ମଇରେ ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ରାଜ୍ୟଗୁଡ଼ିକରେ ରେଡ ଆଲର୍ଟ ଜାରି କରାଯାଇଛି । ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।