ଲୋକସଭାରେ ବଜେଟ୍‌ ଉପସ୍ଥାପନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଶନିବାର ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥିସହ ଚଳିତ ଦଶନ୍ଧିର ପ୍ରଥମ ବଜେଟ୍ ଆଗତ ହୋଇଛି। ଅନ୍ୟପକ୍ଷରେ ଦ୍ବିତୀୟ ଥର ଶାସନ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ସରକାରର ଏହା  ପ୍ରଥମ ବଜେଟ୍।

ଉପସ୍ଥାପିତ ହେବା ପୂର୍ବରୁ ବଜେଟ୍‌-୨୦୨୦-୨୧କୁ କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଥିଲେ। ଏହା ନିର୍ମଳା ସୀତାରମଣଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌।

ବାଚସ୍ପତି ଓମ୍‌ ବିର୍ଲା ଲୋକସଭାରେ ଆସନ ଗ୍ରହଣ କରିବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହା ହେଉଛି ତାଙ୍କର ଦ୍ୱିତୀୟ ବଜେଟ୍‌ ଅଭିଭାଷଣ।

ଅଭିଭାଷଣ ଆରମ୍ଭରେ ସେ ଦିବଂଗତ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଜିଏସ୍‌ଟି ପ୍ରଚଳନ କରାଇବାରେ ତାଙ୍କର ଅବଦାନକୁ ସ୍ମରଣ କରିଥିଲେ।

ବଜେଟ୍‌ ୨୦୨୦ ଦେଶବାସୀଙ୍କର କର୍ମସଂସ୍ଥାନ ସମସ୍ୟା ସମାଧାନ କରିବ, ବାଣିଜ୍ୟକୁ ସମୃଦ୍ଧ କରିବ, ସମସ୍ତ ସଂଖ୍ୟାଲଘୁ, ମହିଳା ଏବଂ ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିବିଶେଷଙ୍କର ଆକାଙ୍‌କ୍ଷା ପୂରଣ କରିବା ଲକ୍ଷ୍ୟ ରଖିଛି ବୋଲି ସେ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର