ଜମ୍ମୁ-କଶ୍ମୀର: ଭାରତ ସୀମା ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ସୁରକ୍ଷା ବାହିନୀର ଗୁଳିରେ ଜଣେ ଆତଙ୍କବାଦୀ ମୃତ

ଜମ୍ମୁ: ଉତ୍ତର କଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ଆଜି (ରବିବାର) ପ୍ରତ୍ୟୁଷରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ସେନା ବାହିନୀର ପ୍ରବକ୍ତା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ସୀମାନ୍ତ ବାରାମୁଲ୍ଲା ଜିଲ୍ଲା ଅନ୍ତର୍ଗତ କସ୍ତୁରୀ ନିକଟରେ କେତେକ ଆତଙ୍କବାଦୀ ପାକିସ୍ତାନ ସୀମା ପଟୁ ଭାରତ ସୀମା ମଧ୍ୟକୁ ପ୍ରବେଶ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ସେନା ସୁରକ୍ଷା ବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ସେନା ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୁତ୍ୟୁ ଘଟିବା ପରେ ଆତଙ୍କବାଦୀମାନେ ଛତ୍ରଭଙ୍ଗ ଦେଇ ପଳାଇ ଯାଇଥିଲେ। ଏବେ ସେନା ବାହିନୀ ପକ୍ଷରୁ ସମଗ୍ର ଅଞ୍ଚଳକୁ ସିଲ୍‌ କରି ଦିଆଯିବା ସହ ସଂପୃକ୍ତ ଅଞ୍ଚଳରେ ବ୍ୟାପକ ତଲାସୀ ଅଭିଯାନ ଚାଲିଛି।

ଉଲ୍ଲେଖଯୋଗ୍ୟ, ଗତକାଲି ମଧ୍ୟ ଜମ୍ମୁ- କଶ୍ମୀରର ଟଙ୍ଗଧର ସେକ୍ଟର ଅଞ୍ଚଳରେ କେତେକ ଆତଙ୍କବାଦୀ ପାକିସ୍ତାନ ସୀମା ପଟୁ ଭାରତ ସୀମା ମଧ୍ୟକୁ ପ୍ରବେଶ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ସେନା ସୁରକ୍ଷା ବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ସେନା ଯବାନଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀଙ୍କର ମୁତ୍ୟୁ ଘଟିଥିଲା।

ସମ୍ବନ୍ଧିତ ଖବର