ହିମାଚଳ ପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜୟରାମ ଠାକୁର

ଶିିମଲା: ହିମାଚଳ ପ୍ରଦେଶର ନୂତନ ମୂଖ୍ୟମନ୍ତ୍ରୀ ଭାବେ ଜୟରାମ ଠାକୁର ଦାୟିତ୍ୱ ଗ୍ରହଣ କରିଛନ୍ତି। ଶିମଲାର ଐତିହାସିକ ରିଜ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଶ୍ରୀ ଠାକୁରଙ୍କୁ ପଦ ଓ ।ଗାପନୀୟତାର ଶପଥ ପାଠ କରାଯାଇଛନ୍ତି। ଶ୍ରୀ ଠାକୁରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ଅଧ୍ୟକ୍ଷ ଅମିତ ଶାହା କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ,ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରା୍େ‌ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାଭିସ୍‌ଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ଏନଡିଏ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଛନ୍ତି। ଭବ୍ୟ ସମାରୋହ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ଠାକୁରଙ୍କ ସହିତ ଅନ୍ୟ୧୧ଜଣ ମଧ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ୧୧ଜଣଙ୍କ ମଧ୍ୟରୁ ୬ ଜଣ ନୂତନ ଭାବେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ଓ ଏବିଭିପିରୁ ନିଜ ରାଜନୈତିକ ଜୀବନ ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ଠାକୁର ଲଗାତର ୫ମ ଥର ପାଇଁ ହିମାଚଳପ୍ରଦେଶ ବିଧାନସଭାକୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

ସମ୍ବନ୍ଧିତ ଖବର