ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଆଣ୍ଡାମାନ ଉପକୂଳରେ ସୃଷ୍ଟି ହେବ ଲଘୁଚାପ; ପୂର୍ବାନୁମାନ କଲା ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ପ୍ରଭାବରେ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଏବଂ ବଙ୍ଗୋପସାଗର ଦକ୍ଷିଣପୂର୍ବ ଓ ପୂର୍ବ କେନ୍ଦ୍ରୀୟ ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିସହ ଏହି ଲଘୁଚାପଟି ସମୁଦ୍ର ମଧ୍ୟରେ ଅଧିକ ଘନୀଭୂତ ହେବ ସହ ୧୦ରୁ ୧୨ ତାରିଖ ମଧ୍ୟରେ ବଙ୍ଗୋପସାଗର ମଧ୍ୟରେ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ସ୍ଥଳଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହି ଲଘୁଚାପ ପ୍ରଭାବରେ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ, ନିକୋବାର, ତାମିଲନାଡ଼ୁ ଓ ଦକ୍ଷିଣ କେରଳ ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ସମୁଦ୍ର ଅଶାନ୍ତ ରହିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର