ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲା : ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ : ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ଗତ ସପ୍ତାହରେ ସୁପ୍ରିମକୋର୍ଟରେ ପିଟିସନ୍‌ ଦାଖଲ କରିଛନ୍ତି। ସ୍ଥାନ ସଂରକ୍ଷଣ ପଚାଶ ପ୍ରତିଶତକୁ ଟପିବ ନାହିଁ ବୋଲି ହାଇକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ତାହା ରଦ୍ଦ କରିବାପାଇଁ ଆବେଦନରେ ଅନୁରୋଧ କରାଯାଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ ୨୦୧୨ ପଞ୍ଚାୟତ ନିର୍ବାଚନ, ୨୦୧୩ ପୌର ନିର୍ବାଚନ ଓ ୨୦୧୭ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ୫୦ ପ୍ରତିଶତରୁୁ ଅଧିକ ଥିଲା। ଏହା ସୁପ୍ରିମକୋର୍ଟଙ୍କ ୨୦୧୦ ରାୟକୁ ଉଲ୍ଲଂଘନ କରୁଛି ବୋଲି ଦର୍ଶାଇ ଓଡ଼ିଶା ହାଇକୋର୍ଟରେ ଏକାଧିକ ଜନସ୍ୱାର୍ଥ ମାମଲା ଦାଏର କରାଯାଇଥିଲା। ମାମଲାର ଶୁଣାଣି କରି ହାଇକୋର୍ଟ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ନ ରଖିବାପାଇଁ ନିର୍ଦ୍ଦେଶ ଦେଇଥିଲେ।

ସମ୍ବନ୍ଧିତ ଖବର