ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ଦତ୍ତ ତିୱାରୀଙ୍କର  ପରଲୋକ

ନୂଆଦିଲ୍ଲୀ : ଦୀର୍ଘଦିନ ଅସୁସ୍ଥ ରହିବା ପରେ ଗୁରୁବାର ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ଦତ୍ତ ତିୱାରୀଙ୍କର ୯୩ ବର୍ଷ ବୟସରେ ପରଲୋକ ଘଟିଛି। ନିଜର ୯୩ତମ ଜନ୍ମତିଥିରେ ବରିଷ୍ଠ କଂଗ୍ରେସ ନେତା ତିୱାରୀଙ୍କର ବିୟୋଗ ଘଟିଛି।

ତିୱାରୀ ୩ ଥର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ। ଏହାପରେ ସେ କର୍ଣ୍ଣାଟକର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ।

ସମ୍ବନ୍ଧିତ ଖବର