୧୪ରେ ନବୀନ-ଧର୍ମେନ୍ଦ୍ର ବୈଠକ!

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଶୁକ୍ରବାର (ଜୁନ୍ ୧୪) ଓଡ଼ିଶା ଭବନରେ ବୈଠକ ହେବ ବୋଲି କେତେକ ସୂତ୍ରରୁ ଜଣାପଡ଼ିଛି। ତେବେ ଏହି ବୈଠକ ସମ୍ପର୍କରେ ନୂଆଦିଲ୍ଲୀ ସ୍ଥିତ ଆବାସିକ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ସୂତ୍ର ଅନୁସାରେ ଶୁକ୍ରବାର ଅପରାହ୍ନରେ ଏହି ବୈଠକ ଅନୁଷ୍ଠିତ ହେବ। ଓଡ଼ିଶାରେ ପେଟ୍ରୋଲିୟମ ଓ ଇସ୍ପାତ କ୍ଷେତ୍ରରେ ଅସଂପୂର୍ଣ୍ଣ ରହିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକ୍ରମେ ଏହି ବୈଠକର ଆୟୋଜନ କରାଯାଉଛି। ଉଲ୍ଲେଖଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ୭ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି । ଗତକାଲି ସେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିଲେ। ୧୫ ତାରିଖରେ ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ସେ ଓଡ଼ିଶା ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର