ନୂଆଦିଲ୍ଲୀ : ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତ ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ରାଜ୍ୟ ସରକାରଙ୍କ ଦ୍ବାରା ଦାଖଲ କରାଯାଇଥିବା ପିଟିସନର ଶୁଣାଣି ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ। ବିଚାରପତି ଉଦୟ ଉମେଶ ଲଳିତ ଓ ବିଚାରପତି ସଞ୍ଜୟ କିଷନ କୌଲଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ମାମଲା ପରିଚାଳନା ପାଇଁ ବରିଷ୍ଠ ଆଇନଜୀବୀ ଗୋପାଳ ସୁବ୍ରମଣ୍ୟମଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ଗୋପାଳ ସୁବ୍ରମଣ୍ୟମଙ୍କ ଅନୁପସ୍ଥିତି ଯୋଗୁ ରାଜ୍ୟ ସରକାର ଏହି ମାମଲାର ଶୁଣାଣିକୁ ସ୍ଥଗିତ ରଖିବା ପାଇଁ ଅନୁରୋଧ କରିଥିଲେ। ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଟପିବ ନାହିଁ ବୋଲି ହାଇକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହାକୁ ଚାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମ କୋର୍ଟ ଯାଇଛନ୍ତି। ପୂର୍ବରୁ ୨୦୧୨ ପଞ୍ଚାୟତ ନିର୍ବାଚନ, ୨୦୧୩ ପୌର ନିର୍ବାଚନ ଓ ୨୦୧୭ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ଥିଲା। ଏହା ସୁପ୍ରିମ କୋର୍ଟଙ୍କ ୨୦୧୦ ମସିହାର ରାୟକୁ ଉଲ୍ଲଂଘନ କରୁଛି ବୋଲି ଦର୍ଶାଇ ଓଡ଼ିଶା ହାଇକୋର୍ଟରେ ଏକାଧିକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାର ଶୁଣାଣି କରି ହାଇକୋର୍ଟ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ନକରିବା ପାଇଁ ନିର୍ଦେଶ ଦେଇଥିଲେ। ସୁପ୍ରିମ କୋର୍ଟ ଏହି ମାମଲାର ଶୁଣାଣି ଆସନ୍ତାକାଲି କରିବା ସହିତ ରାୟ ପ୍ରକାଶ କରିପାରନ୍ତି ବୋଲି ଅନୁମାନ କରାଯାଉଛି।
ଓଡ଼ିଶା ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ମାମଲା : ସୁପ୍ରିମ କୋର୍ଟରେ ଶୁଣାଣି ଆଜି
/sambad/media/post_attachments/wp-content/uploads/2018/09/Supreme-Court-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)