ଜେଟ୍‌ଲିଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଏମ୍‌ସରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟ୍‌ଲିଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ଡାକ୍ତରମାନଙ୍କ ଅକ୍ଳାନ୍ତ ପରିଶ୍ରମ ସତ୍ତ୍ବେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଏପର୍ଯ୍ୟନ୍ତ କୌଣସି ଉନ୍ନତି ଆସିନାହିଁ। ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନକୁ ଆଜି ହିମାଚଳ ପ୍ରଦେଶ ରାଜ୍ୟପାଳ କଲରାଜ ମିଶ୍ର, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ, ରାମ ବିଳାସ ପାଶ୍ବାନ, ବିଜେପି ସାଂସଦ ଗୌତମ ଗମ୍ଭୀର ପ୍ରମୁଖ ଗସ୍ତ କରି ଜେଟଲିଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଭିଭିଆଇପିମାନଙ୍କ ଗସ୍ତକୁ ଦେଖି ଏମ୍‌ସର ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଜେଟ୍‌ଲି ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିବା ଯୋଗୁ ଗତ ୯ ତାରିଖରେ ଏମ୍‌ସରେ ଭର୍ତ୍ତି ହୋଇଥିଲେ।

ସମ୍ବନ୍ଧିତ ଖବର