ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କୁ ଝଟକା : ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲାରେ ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଆବେଦନ ଖାରଜ; ସଂରକ୍ଷଣ ୫୦% ଟପିବନି
ନୂଆଦିଲ୍ଲୀ : ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲାରେ ରାଜ୍ୟ ସରକାରଙ୍କୁ ଆଜି ଝଟକା ଲାଗିଛି । ପୌର ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟ ଉପରେ ରହିତାଦେଶ ଜାରି ଲାଗି ଓଡ଼ିଶା ସରକାର କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏ ନେଇ ହାଇକୋର୍ଟଙ୍କ ରାୟଙ୍କୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ । ବିଚାରପତି ସଞ୍ଜୟ କିଷନ କୌଲ ଓ ଉଦୟ ଉମେଶ ଲଳିତଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ଆବେଦନକୁ ଗ୍ରହଣ କରି ନାହାନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଓଡ଼ିଶାରେ ୨୦୧୨ ପଂଚାୟତ ନିର୍ବାଚନ, ୨୦୧୩ ପୌର ନିର୍ବାଚନ ଓ ୨୦୧୭ ପଂଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତକୁ ଟପିଥିଲା । ଏହା ସୁପ୍ରିମକୋର୍ଟଙ୍କ ରାୟକୁ ଉଲ୍ଲଙ୍ଘନ କରୁଛି ବୋଲି ଦର୍ଶାଯାଇ ହାଇକୋର୍ଟରେ ଅନେକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଏହାର ଶୁଣାଣି କରି ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଥିଲେ । ଏହା ବିରୋଧରେ ରାଜ୍ୟ ସରକାର ସୁପ୍ରିମ କୋର୍ଟ ଯାଇଥିଲେ। ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ହାଇକୋର୍ଟ ରାୟକୁ କାଏମ ରଖିଛନ୍ତି। ଏଣିକି ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ।