ତ୍ରାଲ୍‌ ଏନ୍‌କାଉଣ୍ଟର : ୩ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାର ତ୍ରାଲ୍‌ ଅଞ୍ଚଳରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନମୟ ହୋଇ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ତ୍ରାଲ୍‌ରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ରାଷ୍ଟ୍ରୀୟ ରାଇଫଲ୍‌ସ, ସିଆରପିଏଫ୍‌ ଏବଂ ଜମ୍ମୁ କାଶ୍ମୀର ପୁଲିସର ଏକ ମିଳିତ ଦଳ ସର୍ଚ୍ଚ‌୍ ଅପରେସନ୍‌ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଅବନ୍ତିପୁରା ପୁଲିସ ଦ୍ବାରା ହୋଇଥିବା ଅପରେସନ୍‌ ସଫଳ ହୋଇଛି ବୋଲି କୁହାଯାଇଛି। ୩ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସମ୍ବନ୍ଧିତ ଖବର