ନୂଆଦିଲ୍ଲୀ : ପୁଞ୍ଜି ନିବେଶ ପାଇଁ ଋଷକୁ ଆମନ୍ତ୍ରଣ। ଦିଲ୍ଲୀରେ ରୁଷର ଉପ-ପ୍ରଧାନମନ୍ତ୍ରୀ ଏଚ୍.ଇ ୟୁରି ପି ତୃଟନେଭ ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି। ବୈଠକରେ ଭାରତ ଏବଂ ରୁଷ ମଧ୍ୟରେ ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ନୂଆ ସମ୍ଭାବନା ଖୋଜିବା ସହ ସହଯୋଗ ପାଇଁ ଉଭୟ ଦେଶ ମଧ୍ୟରେ ଗୁରୁତ୍ୱାରୋପ କରାଯାଇଛି।
https://twitter.com/dpradhanbjp/status/1141337477300404225
ଆଗାମୀ ଦିନରେ ଭାରତରେ ସିଟି ଗ୍ୟାସ ବିତରଣରେ ପୁଞ୍ଜି ନିବେଶ କରିବା ପାଇଁ ରୁଷର କମ୍ପାନୀ ମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା ବୋଲି ଟ୍ୱିଟର ମାଧ୍ୟମରେ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଏହାସହ ଭାରତ ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ରୁଷରେ ପୁଞ୍ଜି ନିବେଶ କରିବା ପାଇଁ ଇଚ୍ଛୁକ ଥିବା ମଧ୍ୟ ବୈଠକରେ ଆଲୋଚିତ ହୋଇଥିଲା ବୋଲି ମଧ୍ୟ କହିଛନ୍ତି ଧର୍ମେନ୍ଦ୍ର।
ସେପଟେ ପୂର୍ବ ରୁଷରୁ-ଭାରତର ପୂର୍ବତଟ ପର୍ଯ୍ୟନ୍ତ ନୌ-ମାର୍ଗ ପ୍ରତିଷ୍ଠା ହେଲେ ଉର୍ଜା କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରାଯାଇପାରିବ ବୋଲି ବୈଠକରେ ଆଲୋକପାତ କରାଯାଇଥିଲା। ଏହାବ୍ୟତିତ ଏହି ବୈଠକରେ ରୁଷର ଉପ-ପ୍ରଧାନମନ୍ତ୍ରୀ ଏଚ.ଇ ତୃଟନେବ ସେପ୍ଟେମ୍ବର ୧୯ରେ ଭ୍ଲାଡିଭୋଷ୍ଟୋକରେ ଅନୁଷ୍ଠିତ ହେବାକୁ ଥିବା ୫ତମ ଇଷ୍ଟର୍ଣ୍ଣ ଇକୋନୋମିକ ଫୋରମ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅବଗତ କରାଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/06/meeting-1.jpg)