ଚତୁର୍ଥ ପର୍ଯ୍ୟାୟରେ ୫୨ ଲୋକସଭା ଓ ୩୪୬ ବିଧାନସଭା ପ୍ରାର୍ଥୀ

ଭୁବନେଶ୍ବର: ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବା ଏଥିରେ ୬ ଗୋଟି ଲୋକସଭା ଆସନ ଯଥା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସହ ଏହା ଅଧୀନସ୍ଥ ୪୨ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ସେହିପରି ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୩୪୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ୩୧୧ ଜଣ ପୁରୁଷ, ୩୪ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତିା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୧୦,୭୯୨ ବୁଥ୍‌ରେ ୪୯,୦୮,୫୭୫ ପୁରୁଷ ଭୋଟର, ୪୬,୦୫,୬୯୪ ମହିଳା
ଭୋଟର ଓ ୬୧୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବୋ

ସମ୍ବନ୍ଧିତ ଖବର