ପାଣିପାଗ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
୫୦ରୁ ୬୦ କିମି ବେଗରେ ବହିପାରେ ପବନ
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କଟକ, ବଲାଙ୍ଗୀର, ନବରଙ୍ଗପୁର ଓ ଢ଼େଙ୍କାନାଳ ଜିଲ୍ଲାରେ ଝଡ଼ତୋଫାନ ସହିତ ବର୍ଷା ହେବାର ଆଶଙ୍କା ରହିଛି। ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଆକାଶ ମେଘୁଆ ରହିବ ବୋଲି ଜଣାପଡ଼ିଛି। ରାଜ୍ୟରେ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ଆସିବ ନାହିଁ। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ସାଧାରଣ ରହିବ।
ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୪ଟା ପରେ ପାଗରେ ହଠାତ୍ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ବାହାରକୁ ଯିବା ପୂର୍ବରୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।