ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ସୁରେଶ୍ବରୀ।

 

ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

 

ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।


କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।


ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

 

କନ୍ୟା: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 


ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଅମ୍ବିକା।

 

ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ନାରାୟଣୀ।

 

ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର