ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। କିଛି ଲୋକ ଆପଣଙ୍କ କାମର ଦୋଷ ତ୍ରୁଟି ବାହାର କରିପାରନ୍ତି। ପଇସା ସମ୍ବନ୍ଧୀୟ କୌଣସି ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଦିନଟି ଲାଭପ୍ରଦ ରହିବ। କୌଣସି ଗଠନମୂଳକ କାମ କରନ୍ତୁ; ସଫଳତା ମିଳିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ତୀର୍ଥ ଯାତ୍ରାରେ ଜୀବନସାଥୀଙ୍କ ସହିତ ଯାଆନ୍ତୁ; ଶୁଭ ହେବ। ଛାତ୍ରୀଙ୍କର ଲେଖାପଢ଼ାରେ ରୁଚି ବଢ଼ିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।


ମିଥୁନ: ଦିନଟି ଆପଣଙ୍କୁ ଆରାମ ଦେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଚାକିରି ସମ୍ବନ୍ଧରେ ଶୁଭ ସ˚କେତ ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ବିରଜା।

କର୍କଟ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। ନୀତିଗତ ଫଇସଲା ନେବାରେ ସହଜ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସରସ୍ବତୀ।

ସି˚ହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। କୌଣସି ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ପାଇବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।


କନ୍ୟା: ଆପଣଙ୍କ ଆକର୍ଷକ ଶକ୍ତି ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିନେବେ। ଚାକିରିଆଙ୍କୁ ଅଫିସରେ ଭଲ ଖବର ମିଳିବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ତୁଳା: ଦିନଟି ସକାରାତ୍ମକ ଭରା ରହିବ। ସ୍ଥଗିତ ଥିବା କାମ ପୂରା ହୋଇପାରେ। ଫିଲ୍ମ ଉଦ୍ୟୋଗ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି କିଛି ନୂଆ କରି ଶିକ୍ଷା ଲାଭ କରିବେ। ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଆଜି ଆପଣ ସୁସ୍ଥ ଓ ସତେଜ ଅନୁଭବ କରିବେ। ସ୍ଥଗିତ ଥିବା କାମରେ କେହି ସାହାଯ୍ୟ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ସନ୍ତାନଙ୍କ ପ୍ରଗତିରେ ମନ ଖୁସି ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଅମ୍ବିକା।

ଧନୁ: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଉଚ୍ଚ ଅଧିକାରୀଙ୍କ ସମ୍ମୁଖରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

ମକର: ଚାକିରିଆଙ୍କ ପାଇଁ ଦିନଟି ଅନୁକୂଳ। ନୂଆ ଦାୟିତ୍ବ ଗ୍ରହଣ କରିବେ। ବ୍ୟବସାୟ ବୃଦ୍ଧି ଲାଗି ନିକଟ ସଂପର୍କୀୟ ସହଯୋଗ କରିବେ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଦିନଟି ଆପଣଙ୍କ ଲାଗି ମହତ୍ତ୍ବପୂର୍ଣ୍ଣ ରହିବ। କାମ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଏବ˚ ତହିଁରେ ଲାଭ ପାଇବେ। ଆପଣଙ୍କୁ କୌଣସି ନିକଟ ସ˚ପର୍କୀୟଙ୍କ ଠାରୁ ଖୁସି ଖବର ମିଳିପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ କଟକଚଣ୍ତୀ।

ମୀନ: ଆପଣଙ୍କ କୌତୁକିଆ ସ୍ବଭାବ ଲୋକପ୍ରିୟତା ବୃଦ୍ଧି କରାଇବ। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହୋଇପାରେ। ପରିବାର ଲୋକଙ୍କ ସହିତ ଜୀବନ ଆନନ୍ଦମୟ ହେବ। ଛାତ୍ରଙ୍କୁ କମ୍‌ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର