ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ସବୁ କାମ ବହୁତ ଆରାମରେ ପୂରା ହେବ। ନୂଆ ଲୋକମାନଙ୍କ ସହିତ ମିଶିବାର ଅବସର ପାଇବେ। ସରକାରୀ ଚାକିରିଆ କୌଣସି କାମରେ ପ୍ରୋତ୍ସାହ ନ ପାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ପୂଜାପାଠରେ ଅଧିକ ସମୟ ବିତିବ। ଜୀବନଶୈଳୀରେ ପରିବର୍ତ୍ତନ ପାଇଁ ବିଚାର କରିପାରନ୍ତି। ଅଫିସରେ ଅଧସ୍ତନ କର୍ମଚାରୀଙ୍କ ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

ମିଥୁନ: ଆପଣଙ୍କ ମନ କିଛି କହିବ ଆଉ ହୃଦୟ କିଛି କହିବ। ମନ୍ଦିର ଯାଇ ଠାକୁର ଦର୍ଶନ କରନ୍ତୁ, ଭାଗ୍ୟରେ ଭଲ ହେବ। କାର୍ଯ୍ୟକ୍ଷେତ୍ରରେ ନୂଆ ଉପାୟ ମିଳିପାରେ। ଉଧାର ନେବା ଓ ଦେବାରୁ ନିବୃତ୍ତ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ପାଟଣେଶ୍ବରୀ।

କର୍କଟ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବଡ଼ଙ୍କର ଭରପୂର ସହଯୋଗ ପାଇବେ। ଗଣମାଧୢମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

ସି˚ହ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ସରକାରୀ କାମରେ ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିପାରେ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ବହୁ ଦିନର ସ୍ବପ୍ନ ସାକାର ହେବ। ଖାସ୍‌ କାମ ସମୟ ପୂର୍ବରୁ ପୂରା ହୋଇଯିବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ବୟୋଜ୍ୟେଷ୍ଠଙ୍କୁ ସାହାଯ୍ୟ କରିବା ହେତୁ ମନ ଖୁସି ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ବଗଳାମୁଖୀ।

ତୁଳା: ଭାଗ୍ୟର ଆପଣଙ୍କୁ ସାଥ ଦେବ। ରାଜନୀତିରେ ଆଗକୁ ବଢ଼ିବା ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ। ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଘରକୁ ଆସିପାରନ୍ତି। କାରବାରରେ ଆପଣଙ୍କର ଲାଭ ହିଁ ଲାଭ ହେବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭୈରବୀ।

ବିଛା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। କୌଣସି ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିବାର ସୁଯୋଗ ରହିଛି। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁ: କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ଆସିବ। ବଜାରରେ ବାକି ପଡ଼ିଥିବା ପଇସା ପାଇବେ। ବ୍ୟବସାୟରେ ବଡ଼ ସଉଦା ପାଇଁ ସ୍ବାକ୍ଷାର କରିବେ। ଘରକୁ କୌଣସି ମିତ୍ର ଆସିପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ମକର: ମାତା ପିତାଙ୍କ ସ୍ନେହ ପାଇବେ। ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। କୌଣସି ମହତ୍ କାର୍ଯ୍ୟ ଅତିଶୀଘ୍ର ପୂରା କରିବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧ ବଢ଼ିଆ ହେବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ବିଦେଶ ଯିବାର ରାସ୍ତା ଉନ୍ମୁକ୍ତ ହେବ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ହୋଟେଲକୁ ଭୋଜନ ପାଇଁ ଯାଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ଯ୍ୟଦେବ।

ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି। ସାମାଜିକ କାର୍ଯ୍ୟରେ ମନ ଲାଗିବ। ମିତ୍ରଙ୍କ ଠାରୁ ସୁସମ୍ବାଦ ପାଇବେ। ବ୍ୟବସାୟରେ ଆଶା ଠୁଁ ଅଧିକ ଲାଭ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ସମ୍ବନ୍ଧିତ ଖବର