ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ପୁରୁଣା ବିବାଦ ରଫା ହୋଇଯିବ। ଚାକିରି ତଲାସରେ ବ୍ୟକ୍ତି ବିଶେଷଙ୍କୁ ଶୁଭ ଖବର ମିଳିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମହାଦେବ।

ମିଥୁନ: ଧାର୍ମିକ ଆୟୋଜନରେ ଆପଣ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢ଼ାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଚାକିରିଜୀବୀଙ୍କୁ କାମରେ ସଫଳତା ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଗୁପ୍ତେଶ୍ବର।

କର୍କଟ: ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତିମାନେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୌଣସି ସ˚ପର୍କିୟ ଆପଣଙ୍କୁ ଉଧାର ମାଗି ପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯାହା କି ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କନ୍ୟା: ସଫଳତା ମିଳିବା ହେତୁ ମହତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ବ୍ୟବସାୟ ମାମଲାରେ ଦିନଟି ଭଲ ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଆପଣଙ୍କ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

 

 

 

 

 

 

 

ବିଛା: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ। ସନ୍ଧ୍ୟାରେ ପରିବାର ସହିତ ହସଖୁସିର ସମୟ କଟିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

ମକର: ଦିନଟି ଆପଣଙ୍କ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

ମୀନ: ଆପଣଙ୍କ ପାଖଆଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଭୂସ˚ପତ୍ତି କିଣିବା ଯୋଗ ରହିଛି। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର