ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। କାରବାର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ରାଜନୈତିକ ନେତାଙ୍କ ଲାଗି ଦିନଟି ଶୁଭ। ଲେଖାପଢ଼ାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। କ୍ୟାରିୟର ପାଇଁ ନୂଆ ସୁଯୋଗ ମିଳିପାରେ। ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ। ନୂଆ ଲୋକଙ୍କ ସହିତ ପରିଚୟ ହୋଇପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ରାମଚଣ୍ଡୀ।

 

ମିଥୁନ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ। ପରିବାରର ସହଯୋଗରେ ଜରୁରୀ କାମ ପୂରା ହେବ। ଛାତ୍ରଙ୍କର ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

 

କର୍କଟ: କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଓ ସଫଳ ହେବେ। ବନ୍ଧୁଙ୍କ ମାଧ୍ୟମରେ କିଛି ଆଶା ପୂରା ହେବ। ରାଜନୀତିରେ ସଫଳତା ମିଳିବ। ଚାକିରିଆଙ୍କର ପଦୋନ୍ନତି ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

 

ସିଂହ: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ। ବାଣିଜ୍ୟ ଛାତ୍ରୀମାନେ ଲେଖାପଢ଼ାରେ ମନଯୋଗ ଦିଅନ୍ତୁ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ପ୍ରତିଟି କାର୍ଯ୍ୟରେ ସଫଳତା ପାଇବେ। ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ଵ ଦେବେ। ପରିବାରରେ ଢେର୍‌ସାରା ଖୁସି ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କଟକଚଣ୍ଡୀ।

 


ତୁଳା: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ। ସରକାରୀ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତି ଆଜି ଶୁଭ ଖବର ପାଇବେ। ଦୂର ସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ବାବା କପିଳାସ।

 


ବିଛା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଖୋଦକୁ ଲୋକଙ୍କ ସାମନାରେ ବଢ଼ିଆ ପ୍ରମାଣିତ କରିପାରିବେ। ଧନଲାଭର ନୂଆ ଅବସର ଆସିବ। ପୁଣ୍ୟକାର୍ଯ୍ୟ କରିପାରନ୍ତି। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 


ଧନୁ: ଆପଣଙ୍କ ସାମନାକୁ କୌଣସି ଆହ୍ଵାନ ଆସିବ। ବୁଦ୍ଧିମତ୍ତାରେ କାମ କଲେ ଆପଣଙ୍କୁ ଫାଇଦା ହେବ। ଅଫିସ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 


ମକର: ପ୍ରଭୁଙ୍କ ଧ୍ୟାନରେ ମନକୁ ଶାନ୍ତି ମିଳିବ। ଧର୍ମ ଚର୍ଚ୍ଚାରେ ଅଂଶ ଗ୍ରହଣ କରିବେ। ଅଫିସରେ ଆପଣଙ୍କ କୌଣସି କାମର ପ୍ରଶଂସା ହୋଇପାରେ। ଛାତ୍ରଙ୍କୁ ଶିକ୍ଷକଙ୍କ ପୂରା ସହଯୋଗ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

 


କୁମ୍ଭ: ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ। ମହତ୍ତ୍ଵପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା କରିବେ। ସ୍ୱାସ୍ଥ୍ୟ ପ୍ରତି ସଚେତ ଓ ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।


ମୀନ: ଆପଣଙ୍କର ଆତ୍ମବିଶ୍ୱାସର ସ୍ତର ଉଚ୍ଚା ରହିବ। କାରବାରରେ ଯଥେଷ୍ଟ ଲାଭ ପାଇବେ। ସମାଜରେ ଲୋକପ୍ରିୟତା ବୃଦ୍ଧି ହେବ। କଂପାନିରେ ଚାକିରି କରୁଥିବା ବ୍ୟକ୍ତିଙ୍କର ପଦୋନ୍ନତି ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ସମ୍ବନ୍ଧିତ ଖବର