ଦରକାର ଠାରୁ ଅଧିକ ପାଣି ପିଅନ୍ତୁ ନାହିଁ, ଉପୁଜିପାରେ କିଡ୍‌ନୀ ସମସ୍ୟା

ସୁସ୍ଥ ସ୍ୱାସ୍ଥ୍ୟ ପାଇଁ ଦିନକୁ ୮-୧୦ଗ୍ଲାସ ପାଣି ନିହାତି ପିଇବା ଆବଶ୍ୟକ । କିନ୍ତୁ ବେଳେ ବେଳେ ଅଧିକ ପାଣି ପିଇବା ଦ୍ୱାରା ଶରୀର ସୁସ୍ଥ ରହିବା ପରିବର୍ତ୍ତେ ଅନେକ ଶରୀରିକ ସମସ୍ୟା ଦେଖା ଯାଇଥାଏ । ଦିନକୁ ଦରକାର ଠାରୁ ଅଧିକ ପାଣି ପିଇବା ଦ୍ୱାରା କିଡ୍‌ନୀକୁ ଦରକାର ଠାରୁ ଅଧିକ କାମ କରିବାକୁ ପଡ଼ିଥାଏ । ଯାହା ଦ୍ୱାରା ଶରୀରରେ ଅନେକ ସମସ୍ୟା ଦେଖା ଯାଇଥାଏ । ଆସନ୍ତୁ ଜାଣିବା ସେ ବିଷୟରେ…

Northern Pen

୧. ଅଧିକ ପାଣି ପିଇଲେ ଓଭର ହାଇଡ୍ରେସନର ସମସ୍ୟା ଦେଖା ଯାଇଥାଏ । ଯାହାର ସିଧା ପ୍ରଭାବ କିଡ୍‌ନୀ ଉପରେ ପଡ଼ିଥାଏ । କିଡ୍‌ନୀ ଶରୀରରେ ପାଣିକୁ ଶୁଦ୍ଧ କରିବାର କାମ କରିଥାଏ । ଅଧିକ ପାଣି ପିଇବା ଦ୍ୱାରା କିଡ୍‌ନୀ ସବୁ ପାଣିକୁ ଶରୀରରୁ ବାହାର କରି ପାରି ନଥାଏ । ଯାହାଦ୍ୱାରା କିଡ୍‌ନୀ ଉପରେ ଚାପ ପଡ଼ିବା ଆରମ୍ଭ ହୋଇ ଯାଇଥାଏ ।

୨. ଅଧିକ ପାଣି ପିଇବା ଦ୍ୱାରା ରକ୍ତର ଘନତ୍ୱ ବଢ଼ିଥାଏ । ଯାହାଦ୍ୱାରା ହୃଦ୍‌ଜନିତ ସମସ୍ୟା ହେବାର ଆଶଙ୍କା ବଢ଼ି ଯାଇଥାଏ ।

Penn Medicine

୩. ଦରକାର ଠାରୁ ଅଧିକ ପାଣି ପିଇବା ଦ୍ୱାରା ଖାଦ୍ୟ ହଜମ ହେବା ପରିବର୍ତ୍ତେ ବଦ୍‌ହଜମିର ସମସ୍ୟା ଆରମ୍ଭ ହୋଇ ଯାଇଥାଏ । ଅଧିକ ପାଣି ପିଇଲେ ପାଚନ ରସ ଠିକ୍‌ ଭାବରେ କାମ କରିବା ବନ୍ଦ କରି ଦେଇଥାଏ ।

ସମ୍ବନ୍ଧିତ ଖବର