ସବୁଦିନ ପାଇଁ ସୁସ୍ଥ ରହିବା ପାଇଁ ଚାହୁଁଛନ୍ତି କି?ପ୍ରତିଦିନ ଖାଆନ୍ତୁ ଏହି ୪ଟି ଜିନିଷ
ବିଭିନ୍ନ ପ୍ରାକାରର ରୋଗରୁ ଲଢ଼ିବା ପାଇଁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍ ରହିବା ନିହାତି ଆବଶ୍ୟକ । ଯଦି ଆପଣଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଅଧିକ ରହିଛି ତେବେ ଆପଣ କୌଣସି ପ୍ରାକାରର ରୋଗରେ ଶୀଘ୍ର ଆକ୍ରାନ୍ତ ହେବାର ଆଶଙ୍କା କମ ହୋଇଥାଏ । କାରଣ ଏହି ଶକ୍ତି ଆପଣଙ୍କୁ ବିଭିନ୍ନ ପ୍ରକାରର ରୋଗରୁ ଲଢ଼ିବା ପାଇଁ ସାହାଯ୍ୟ କରିଥାଏ । ଯଦି ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍ ନାହିଁ ତେବେ ଭୋକ ନ ଲାଗିବା, ପେଟ ଭାରି ଲାଗିବା, ଛାତି ପୋଡ଼ିବା ଇତ୍ୟାଦି ସମସ୍ୟା ଦେଖା ଦେଇଥାଏ । ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍ କରିବା ପାଇଁ ହେଲେ ଏହି ୪ଟି ଜିନିଷ ଖାଇବା ନିହାତି ଆବଶ୍ୟକ । ଆସନ୍ତୁ ଜାଣିବା ସେ ବିଷୟରେ…
Sambad is now on WhatsApp
Join and get latest news updates delivered to you via WhatsApp
୧.କିଓ୍ଵି ପାଟିକୁ ଯେତିକି ସୁଆଦିଆ ଲାଗେ ଶରୀର ପାଇଁ ମଧ୍ୟ ସେତିକି ଲାଭଦାୟକ ହୋଇଥାଏ । ଏଥିରେ ଭିଟାମିନ Cର ପରିମାଣ ଅଧିକ ରହିଥାଏ । ଯାହା ଶରୀରକୁ ସୁସ୍ଥ ରଖିଥାଏ । ପ୍ରତିଦିନ ଗୋଟେ କିଓ୍ଵି ଖାଇବା ଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ ବୃଦ୍ଧି ପାଇଥାଏ ।
୨.ଗୁଡ଼ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି । ପେଟର ସମସ୍ୟା ଦୂର କରିବା ପାଇଁ ଗୁଡ଼ କୌଣସି ଔଷଧଠାରୁ କମ ନୁହେଁ । ପ୍ରତିଦିନ ଗୋଟେ ଖଣ୍ଡ ଗୁଡ଼ ଖାଇଲେ ଶରୀରକୁ ଲାଭ ମିଳିବା ସହ ପେଟଜନିତ ସମସ୍ୟା ଦୂର ହୋଇଥାଏ ।
୩.ଭିଟାମିନ୍ Cରେ ଭରପୂର ଥିବା ଅଁଳାକୁ ପ୍ରତିଦିନ ଖାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ । ଏହା ସହ ଶରୀରରୁ ଅନେକ ପ୍ରକାରର ବିଷାକ୍ତ ପଦାର୍ଥକୁ କାଢ଼ିବା ପାଇଁ ଅଁଳା ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ପ୍ରତିଦିନ ହେଉଥିବା କାଶରୁ ମୁକ୍ତି ପାଇବା ପାଇଁ ଅଁଳା ଖାଇବା ଅତ୍ୟନ୍ତ ଭଲ ।
୪.ସେଓ ଫଳରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଥାଏ । ଯାହା ଶରୀରକୁ ଅନେକ ରୋଗରୁ ରକ୍ଷା କରିଥାଏ । ପ୍ରତିଦିନ ସେଓ ଫଳ ଖାଇବା ଶରୀର ପାଇଁ ଲାଭଦାୟକ ହୋଇଥିବା ବେଳେ ମଧ୍ୟାହ୍ନ ସମୟରେ ସେଓ ଫଳ ଖାଇବା ଶରୀର ପାଇଁ ଭଲ ।