ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଜୀବନକୁ ସକାରାତ୍ମକ ବନାନ୍ତୁ। ଯେଉଁ କାର୍ଯ୍ୟ ହାତକୁ ନେବେ, ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ। ବୃତ୍ତିଗତ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଆୟ ଅନୁପାତରେ ଖର୍ଚ୍ଚର ମାତ୍ରା ଅଧିକ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। ବିଭିନ୍ନ ଲୋକଙ୍କ ସହିତ ମିଶିବେ। ବ୍ୟବସାୟରେ ଉନ୍ନତି ହେବ। ନୂଆ ଜିନିଷପତ୍ର କିଣିବା ପାଇଁ ସମୟ ଶୁଭ। ଶୁଭରଙ୍ଗ: ଗୋଲାପି। ଆରାଧନା: ସନ୍ତୋଷୀ ମାତା।

ମିଥୁନ: କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ ଏବ˚ ସଫଳ ହେବେ। ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରିୟବନ୍ଧୁଙ୍କ ସହିତ ବାର୍ତ୍ତାଳାପରେ ସମୟ କଟିବ। ରାଜନୀତି କାମରେ ରୁଚି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ବନ୍ଧୁଙ୍କ ସାମନାରେ ଆପଣଙ୍କ ବିଚାର ଖୋଲି ଦେବେ। ଅଫିସରେ କର୍ତ୍ତୃତ୍ବ ବଢ଼ିବ। ଧନଲାଭର ଯୋଗ ରହିଛି। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସି˚ହ: ସକାରାତ୍ମକ ମନୋଭାବ ଘେନି କାମ କରନ୍ତୁ; ସଫଳତା ପାଇବେ। ସାମାଜିକ ଆୟୋଜନରେ ସହଭାଗିତା କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: ଆପଣଙ୍କ ମନୋବଳ ଦୃଢ଼ ରହିବ। ଯିବାକୁ ଥିବା ଯାତ୍ରା ଆପଣଙ୍କ ଲାଗି ଲାଭଦାୟକ ହେବ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ମହିଳାମାନେ ପରିଧାନଶୈଳୀ ପ୍ରତି ବିଶେଷ ଧୢାନ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ତୁଳା: ଅଫିସରେ ଅଧିକ ଦାୟିତ୍ବ ନିର୍ବାହ କରିବେ। ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ସୁଧାର ଆଣିବେ। ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ବାବା ଆଖଣ୍ତଳମଣି।

ବିଛା: ବେପାରୀଙ୍କ ଲାଗି ଭଲ ଦିନଟିଏ। ଭାବିଥିବା କାମ ଅଚାନକ ପୂରା ହୋଇଯିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ନୂଆ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ଧନୁ: ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ। ପ୍ରତିଟି କାମ ସୁରୁଖୁରୁରେ କରିବେ। ଆପଣଙ୍କ ପ୍ରାର୍ଥନାକୁ ଉଚ୍ଚଅଧିକାରୀ ଗୁରୁତ୍ବର ସହିତ ବିଚାର କରିବେ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ମକର: ଆଜି ଆପଣ ସତ୍ୟର ସାଥ ଦେବେ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ। କୋର୍ଟ କଚେରି ମାମଲାରେ ବିଜୟୀ ହେବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭ: ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଚାକିରିରେ ସାମାନ୍ୟ ଅଶାନ୍ତିର ସାମନା କରିବେ। ଜମିର ଦଲିଲ ଭଲ ଭାବେ ପଢ଼ି ଦସ୍ତଖତ କରନ୍ତୁ। ଛାତ୍ରୀଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଦୁର୍ଗା।

ମୀନ: ଦିନଟି ଆପଣଙ୍କ ଲାଗି ଖୁସି ଭରା ରହିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ସାଇରାମ।

ସମ୍ବନ୍ଧିତ ଖବର