ଜାଣନ୍ତୁ ଆଜିର ରାଶିଫଳ

ମେଷ: କାର୍ଯ୍ୟ କ୍ଷେତ୍ରରେ ପରିସୀମା ବୃଦ୍ଧି ଲାଗି ନୂଆ ସୁଯୋଗ ମିଳିବ। କୌଣସି ମିତ୍ରଙ୍କ ସହାୟତାରେ ଆରାମରେ ନିଶ୍ବାସ ନେବେ। ମିଚ୍ୟୁଆଲ୍‌ଫଣ୍ତରେ ନିବେଶ କରନ୍ତୁ; ଭବିଷ୍ୟତରେ ଲାଭ ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ବୃଷ: ସାରାଦିନ ଖୁସିରେ ରହିବେ। ପାରିବାରିକ କ୍ଳେଶ ଦୂର ହେବ। ଆଜି ଆପଣଙ୍କର ଅଧିକତର କାମ ପୂରା ହୋଇଯିବ। ନିଜ ପରିଶ୍ରମର ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ।


ମିଥୁନ: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ। ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ। ଚାକିରି ସମ୍ବନ୍ଧରେ ଭଲ ଖବର ମିଳିବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

କର୍କଟ: ଆପଣ ନିଜର ଯୋଜନାରେ ଲୋକଙ୍କୁ ସହମତ କରାଇନେବେ। କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ପତିପତ୍ନୀଙ୍କ ମଧୢରେ ପ୍ରେମ ଭାବ ବୃଦ୍ଧି ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ। କାହାରି ସହିତ କଥାବାର୍ତ୍ତା ବେଳେ ବିନମ୍ର ଭାବ ରଖନ୍ତୁ। ଭୂସ˚ପତ୍ତି କିଣିବା ପାଇଁ ଯୋଜନା କରିବେ। ପରିବାର ଲୋକଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

କନ୍ୟା: ଆଇନକାନୁନ ବିବାଦ ସମାପ୍ତ କରିବାରେ ସଫଳତା ମିଳିବ। ବ୍ୟବସାୟ‌େର ପରିବର୍ତ୍ତନ ଯୋଗୁ ଆପଣଙ୍କର ଭାଗ୍ୟ ଉଜ୍ଜ୍ବଳ ହେବ। ଅଫିସରେ ସବୁ ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। ସନ୍ତାନ ଆପଣଙ୍କୁ ଶୁଭ ସମାଚାର ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ସାଇରାମ।

ତୁଳା: ପ୍ରଭୁଙ୍କ ଧୢାନରେ ମନ‌େର ସକାରାତ୍ମକ ଶକ୍ତି ସ˚ଚାର ହେବ। ଅଫିସରେ ଆପଣଙ୍କର କୌଣସି କାମର ପ୍ରଶ˚ସା ହୋଇପାରେ। ଆପଣଙ୍କୁ ଧନଲାଭର ସୁବର୍ଣ୍ଣ ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ପ୍ରେମ ବଢ଼ିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ପାଟଣେଶ୍ବରୀ।

ବିଛା: ଧୢାନ ଓ ଯୋଗ ମାଧୢମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ। ଘରକୁ କୌଣସି ଅତିଥିଙ୍କ ଆସିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

ଧନୁ: ପୁରୁଣା କଥାକୁ ନେଇ ସ˚ଶୟରେ ରହିବେ। ତର୍କ-ବିତର୍କ ଓ ସମସ୍ୟା ଠାରୁ ଦୂରେଇ ରହନ୍ତୁ। ପଇସା ସମ୍ବନ୍ଧୀୟ କୌଣସି ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

ମକର: ନିଜର ମହତ୍ତ୍ବକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକତା ବଜାୟ ରଖନ୍ତୁ; ଆୟର ନୂଆ ସ୍ରୋତ ମିଳିବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ନୂଆ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ। କୌଣସି କାମରୁ ଆଶାଠାରୁ ଅଧିକ ଧନଲାଭ ହେବ। ବିବାହିତ ଉଦ୍ୟାନକୁ ବୁଲିଯିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଅମ୍ବିକା।

ମୀନ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିପାରନ୍ତି। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର